logo
logo
add image
news image

କରୋନା ମୁକାବିଲା : ରାଜ୍ୟର ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ୪ ମାସର ଆଗୁଆ ଦରମା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ସ୍ୱାସ୍ଥ୍ୟକର୍ମୀଙ୍କୁ ହଇରାଣ କଲେ ହେବ କାର୍ଯ୍ୟାନୁଷ୍ଠାନ

କରୋନା ମୁକାବିଲା ନେଇ ବୁଧବାର ବଡ଼ ଘେ‌ାଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ବିଭିନ୍ନ ସରକାରୀ ଡାକ୍ତରଖାନାରେ ନିୟୋଜିତ ଥିବା ରାଜ୍ୟର ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଉତ୍ସାହିତ କରିବା ଲାଗି ସେମାନଙ୍କୁ ୪ ମାସର ଆଗୁଆ ଦରମା ଦେବାକୁ ଘୋଷଣା କରିଛନ୍ତି ରାଜ୍ୟସରକାର । ଅର୍ଥାତ ଏପ୍ରିଲ, ମେ, ଜୁନ୍ ଓ ଜୁଲାଇ ମାସର ଦରମା ଏପ୍ରିଲ ମାସ ଦରମାରେ ଏକା ସାଙ୍ଗରେ ମିଳିବ ।  ଏଥିସହ ଯେଉଁମାନେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ କାର୍ଯ୍ୟରେ ଅଯଥାରେ ଦଖଲ ଦେବେ ଓ ସେମାନଙ୍କୁ ଦୁର୍ବବ୍ୟବହାର କରିବେ, ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଆଜି ଏକ ଭିଡିଓ ବାର୍ତ୍ତା ଜାରିକରି ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ । ପ୍ରତିକୂଳ ପରିସ୍ଥିତିରେ ରୋଗୀଙ୍କୁ ସେବା ଯୋଗାଉଥିବା ହେତୁ ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କୁ ମଧ୍ୟ ପ୍ରଶଂସା କରିଛନ୍ତି  ନବୀନ । 

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ଘୋଷଣାକୁ ରାଜ୍ୟର ସମସ୍ତ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀମାନେ ସ୍ୱାଗତ କରିଛନ୍ତି । 

footer
Top