logo
logo
add image
news image

କୋରୋନା ସତର୍କତା : ୧୪ ଏପ୍ରିଲ ଯାଏ ସମସ୍ତ ଯାତ୍ରୀବାହୀ ଟ୍ରେନକୁ ବାତିଲ କଲା ରେଳବାଇ, ତେବେ ମାଲବାହୀ ଟ୍ରେନ ଚଳାଚଳ ପୂର୍ବପରି ଜାରି ରହିବା ସୂଚନା

କୋରୋନା ସତର୍କତା ଭାରତୀୟ ରେଳ ପକ୍ଷରୁ ସମସ୍ତ ଯାତ୍ରୀବାହୀ ଟ୍ରେନକୁ ୨୦୨୦ ୧୪ ଏପ୍ରିଲ ରାତି ୧୨ଟା ପର୍ଯ୍ୟନ୍ତ ବାତିଲ କରାଯାଇଛି । ସ୍ଥିତି ସୁଧୁଥିରା ଯାଏ ଏବଂ ସଂକ୍ରମଣ ରୋକିବାକୁ ସମସ୍ତ ମେଲ, ଏକ୍ସପ୍ରେସ ଟ୍ରେନ, ପ୍ରିମିୟମ ଟ୍ରେନ, ପାସେଞ୍ଜର ଟ୍ରେନ ସମେତ କୋଲକାତା ମେଟ୍ରୋ ରେଳପଥର ଟ୍ରେନ ଓ ଉପନଗର ଅଂଚଳରେ ଚଳାଚଳ କରୁଥିବା ଟ୍ରେନ ସେବା ମଧ୍ୟ ବନ୍ଦ ରହିବ ବୋଲି ରେଳ ବିଭାଗ କହିଛି । ତେବେ ଜରୁରୀ ସାମଗ୍ରୀ ଯୋଗାଣ ସୁନିଶ୍ଚିତ କରିବା ଲାଗି ମାଲବାହୀ ଟ୍ରେନ ଚଳାଚଳ ପୂର୍ବପରି ଜାରି ରହିବ ।

ଉଲ୍ଲେଖଯୋଗ୍ୟ, କରୋନା ସଂକ୍ରମଣ ରୋକିବାକୁ  ଭାରତୀୟ ରେଲୱେ ବୋର୍ଡ ଏହି  ନିଷ୍ପତ୍ତି ନେଇଛି । ପୂର୍ବରୁ  ମାର୍ଚ୍ଚ ୩୧ ତାରିଖ ଯାଏଁ ଟ୍ରେନ୍ ଚଳାଚଳ ବନ୍ଦ ରଖିବାକୁ ରବିବାର ବୋର୍ଡର ଏକ ଜରୁରି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା ।

footer
Top