Please wait...

Trending Now
  • ଘରୋଇ ପରିବହନ ସଂସ୍ଥା ଓଲା ଓ ଉବେରକୁ ଟକ୍କର ଦେବ ‘ଓଡ଼ିଶା ଯାତ୍ରୀ’ ! ପ୍ରାଥମିକ ପର୍ଯ୍ୟାୟରେ ଭୁବନେଶ୍ୱର, ପୁରୀ ଓ କଟକରେ ସେବା ଯୋଗାଇବ ଏହି ଆପ୍
  • ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ପ୍ରସ୍ତୁତି ପାଇଁ ୱେବପୋର୍ଟାଲ ଉନ୍ମୋଚିତ, ଜନତାଙ୍କ ପରାମର୍ଶ ଲୋଡିଲେ ମୋହନ ସରକାର
  • ଯାତ୍ରାରେ ଦିନକୁ ଦିନ ବଢିବାରେ ଲାଗିଛି ଅଶ୍ଳୀଳ ନୃତ୍ୟ ! ଶୀଘ୍ର ନିଷ୍ପତ୍ତି ନେବାକୁ ଯାତ୍ରା ମାଲିକଙ୍କୁ ଅନୁରୋଧ କଲେ ଆଇନ ମନ୍ତ୍ରୀ
  • ନଭେମ୍ବର ୨୬ଠାରୁ ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ
  • ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା ! ଖୁବ୍‌ ଶୀଘ୍ର ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
Friday, Nov 1, 2024
Published on: Monday, May 13, 2024
Odisha

କାର୍ଯ୍ୟରେ ଗୁରୁତର ଅବହେଳା ଯୋଗୁଁ କାର୍ଯ୍ୟାନୁଷ୍ଠାନ, ୩ ଜଣ ପ୍ରିଜାଇଡିଂ ଅଫିସରଙ୍କ ନିଲମ୍ବନ ନିର୍ଦ୍ଦେଶ ଦେଲେ CEO


ଓଏନଏଲ୍(ବ୍ୟୁୁରୋ) - ଗଞ୍ଜାମର ୩ ଜଣ ପ୍ରିଜାଇଡିଂ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ। ଗଞ୍ଜାମ ଜିଲ୍ଲାପାଳଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ସିଇଓ । ୩ ଜଣଙ୍କ ମଧ୍ୟରୁ ୨ ଜଣଙ୍କୁ ଗିରଫ କରାଯିବ ବୋଲି ଜଣାପଡ଼ିଛି। ଛତ୍ରପୁର ୨୭ ନମ୍ବର ବୁଥ ପ୍ରିଜାଇଡିଂ ଅଫିସର ଏବଂ ୧୬୩ ନମ୍ବର ପୁଲିଂ ଷ୍ଟେସନର ପ୍ରିଜାଇଡିଂ ଅଫିସର ଗିରଫ ହେବେ । ସେହିପରି ଗୋପାଳପୁରର ୧୯୩ ନମ୍ବର ପୁଲିଂ ଷ୍ଟେସନ ପ୍ରିଜାଇଡିଂ ଅଫିସର ସସପେଣ୍ଡ ହେବେ । କାର୍ଯ୍ୟରେ ଗୁରୁତର ଅବହେଳା ଯୋଗୁଁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ।

ପୂର୍ବରୁ ୨ ଜଣ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦେଇଥିଲେ ସିଇଓ ।  ଗଞ୍ଜାମ ଜିଲ୍ଲାର ଚିକିଟିର ବୁଥ୍ ନମ୍ବର ୬୪ର ମାନସ ରଞ୍ଜନ ସେଠୀ । କଳାହାଣ୍ଡି ନର୍ଲାର ଏକ ପୋଲିଂ ଅଧିକାରୀ ତେଜାଂସୁ ସାହାଙ୍କୁ ସସପେଣ୍ଡ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦେଶ ଦେଇଥିଲେ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ।

Recent News
Copyright © 2024 ODISHANEWSLIVE.COM. All rights reserved.