ଓଏନଏଲ୍(ବ୍ୟୁୁରୋ) - ଗ୍ରୀଷ୍ମ ପ୍ରବାହ ଓ ଉତ୍ତାପକୁ ଦେଖି ଆଗାମୀ ସପ୍ତାହ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ। ଚଳିତ ନିର୍ବାଚନ ପରିପ୍ରେକ୍ଷୀରେ ବିଭିନ୍ନ ରାଜନୈତିକ ଦଳ ରାଲି ଓ ସଭା ଆୟୋଜନ କରୁଛନ୍ତି ଏହି ସବୁ ସ୍ଥାନରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ଓ ଓଆରଏସ୍ ରଖାଯିବା ଆବଶ୍ୟକ ଯାହା ଫଳରେ ଗ୍ରୀଷ୍ମପ୍ରବାହରୁ ଅନେକାଂଶରେ ରକ୍ଷା ପାଇପାରିବେ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ପ୍ରକାଶ କହିଛନ୍ତି।
ମୁଖ୍ୟ ଶାସନ ସଚିବଙ୍କ ଅଧ୍ଯକ୍ଷତାରେ ଆୟୋଜିତ ଏକ ଉଚ୍ଚସ୍ତରୀୟ ବୈଠକରେ ନିର୍ବାଚନ ସଂପର୍କିତ ରାଲି ଓ ସଭାମାନଙ୍କରେ ରାଜନୈତିକ ଦଳ ମାନେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ଏବଂ ଓଆରଏସ୍ର ସୁବନ୍ଦୋବସ୍ତକୁ ଜିଲ୍ଲାପାଳମାନେ ସୁନିଶ୍ଚିତ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି । ପାନୀୟ ଜଳ ସହିତ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହକୁ ଅବ୍ୟାହତ କରିବା ପାଇଁ ଜିଲ୍ଲାପାଳମାନେ ବିଦ୍ୟୁତ ବିଭାଗର କର୍ତ୍ତୃପକ୍ଷଙ୍କ ସହ ନିୟମିତ ଆଲୋଚନା କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି ।