Please wait...

Trending Now
  • GST ଆଇନ ଅଧୀନରେ ଗିରଫଦାରୀ ସମ୍ପର୍କରେ ତଥ୍ୟ ଦାଖଲ ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ମେ ୯ରେ ପରବର୍ତ୍ତୀ ଶୁଣାଣି
  • ସମସ୍ତ ରାଜ୍ୟରେ ଯାଞ୍ଚ କରାଯିବ MDH ଓ ଏଭରେଷ୍ଟ ମସଲା
  • ଓଡ଼ିଶା ଆସିବେ କେନ୍ଦ୍ର ମନ୍ତ୍ରୀ ଏସ୍ ଜୟଶଙ୍କର ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
  • ବିରୋଧୀ ଦଳକୁ ଶାସକ ଦଳର ବିରୋଧୀ ନୁହନ୍ତି ବରଂ ବିକାଶ ବିରୋଧୀ : କାର୍ତ୍ତିକ ପାଣ୍ଡିଆନ
  • ରୀତିନୀତି ବିନା ହିନ୍ଦୁ ବିବାହ ଅବୈଧ, ପଞ୍ଜୀକରଣ ଯଥେଷ୍ଟ ନୁହେଁ : ସୁପ୍ରିମକୋର୍ଟ
Sunday, May 5, 2024
Published on: Sunday, April 14, 2024
Sports/Entertainment

ଅଭିନେତା ସଲମାନଙ୍କ ଘର ବାହାରେ ଅଜଣା ବ୍ୟକ୍ତି ଫାଙ୍କା ଗୁଳିଚାଳନା, ସୁରକ୍ଷା ବୃଦ୍ଧି କଲା ପୋଲିସ


ମୁମ୍ବାଇ: ବଲିଉଡ୍ ଅଭିନେତା ସଲମାନ ଖାନଙ୍କ ମୁମ୍ବାଇ ସ୍ଥିତ ଘର ବାହାରେ ଆଜି(ରବିବାର) ସକାଳେ ବାଇକରେ ଆସି ଦୁଇ ଜଣ ଅଜଣା ବ୍ୟକ୍ତି ଫାଙ୍କା ଗୁଳିଚାଳନା କରିଛନ୍ତିି। ପୋଲିସ ଅଧିକାରୀଙ୍କ ସୂଚନା ମୁତାବକ ବାନ୍ଦ୍ରା ଅଞ୍ଚଳରେ ଥିବା ସଲମାନ ରହୁଥିବା ‘ଗାଲାକ୍ସି ଆପାର୍ଟମେଣ୍ଟ’ ବାହାରେ ଭୋର୍ ପ୍ରାୟ ୫ ଟା ସମୟରେ ଦୁଇଜଣ ବ୍ୟକ୍ତି ବାଇକରେ ଆସି ଚାରି ରାଉଣ୍ଡ ଗୁଳି ଚଳାଇ ଫେରାର ହୋଇଯାଇଥିଲେ । ଏହି ଘଟଣା ପରେ ଫରେନସିକ୍ ଟିମ୍ ସହ ମୁମ୍ବାଇ କ୍ରାଇମବ୍ରାଞ୍ଚ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏଥସହ ସଲମାନଙ୍କ ଘର ବାହାରେ ସୁରକ୍ଷା ବୃଦ୍ଧି କରାଯାଇଛି।

ଉଲ୍ଲେଖଯୋଗ୍ୟଚ ଗତ ବର୍ଷ ମାର୍ଚ୍ଚରେ ସଲମାନ ଖାନଙ୍କ କାର୍ଯ୍ୟାଳୟକୁ ଏକ ଧମକପୂର୍ଣ୍ଣ ଇ-ମେଲ ଆସିଥିଲା । ଏହା ପରେ ମୁମ୍ବାଇ ପୋଲିସ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଏବଂ ଗୋଲ୍ଡି ବ୍ରାରଙ୍କ ବିରୋଧରେ ଏଫଆଇଆର ରୁଜୁ କରିଥିଲା। ଏହି ଦୁଇ ଗ୍ୟାଙ୍ଗଷ୍ଟର ସଲମାନଙ୍କୁ ଏକାଧିକ ବାର ହତ୍ୟା ଧମକ ଦେଇ ଆସୁଛନ୍ତି।

Recent News
Copyright © 2024 ODISHANEWSLIVE.COM. All rights reserved.