ଓଏନଏଲ୍(ବ୍ୟୁୁରୋ) - ଭାରତ ସରକାରଙ୍କ ଦ୍ବାରା ଆୟୋଜିତ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଏହି ଚଳଚ୍ଚିତ୍ରର ପ୍ରଯୋଜକ ଓ ୨ ନିର୍ଦେଶକ ପୁରସ୍କାର ଗ୍ରହଣ କରିଛନ୍ତି। ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ର ପ୍ରଯୋଜକ ଦୀପେନ୍ଦ୍ର ସାମଲଙ୍କୁ ଜାତୀୟ ପୁରସ୍କାର ମିଳିଥିବାବେଳେ ନିର୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀପ୍ରସାଦ ଲେଙ୍କା ମଧ୍ୟ ପୁରସ୍କୃତ ହୋଇଛନ୍ତି।
ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ରେ ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆର ନିରାକରଣ ଦିଗରେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ ଉଦ୍ୟମ କାହାଣୀରେ ପ୍ରତିଫଳିତ ହୋଇଥିଲା । ଡାକ୍ତରୀ ପାଠ ଶେଷ କରିବା ପରେ ଡାକ୍ତରଙ୍କର ପୋଷ୍ଟିଂ ହୁଏ ମାଲକାନଗିରି ଜିଲାର ଉପାନ୍ତ ଅଞ୍ଚଳରେ । ମୌଳିକ ସୁବିଧା ସୁଯୋଗର ଅଭାବ, ପୁଣି ନକ୍ସଲ ଉପଦ୍ରୁତ ଏହି ଅଞ୍ଚଳରେ ଯୁବ ଡାକ୍ତରଜଣକ କିଭଳି ନିଜ କର୍ତ୍ତବ୍ୟ ସମ୍ପାଦନ କରୁଥିଲେ ଓ ଏଥିପାଇଁ ତାଙ୍କୁ କ’ଣ ସବୁ ଆହ୍ବାନର ସାମ୍ନା କରିବାକୁ ପଡ଼ିଥିଲା, ତାହା ଓଡ଼ିଆ ଚଳଚ୍ଚିତ୍ର ଦମନ ମାଧ୍ୟମରେ ଦେଖିବାକୁ ମିଳିଥିଲା ।