ଓଏନଏଲ୍(ବ୍ୟୁୁରୋ) - କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଘୂର୍ଣ୍ଣିବଳୟ ଆଣ୍ଡାମାନ ସାଗର ଓ ଆଖପାଖରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ। ୨୩ ତାରିଖ ବେଳକୁ ଏହା ଅବପାତର ରୂପ ନେବା ନେଇ ସୂଚନା ରହିଛି। ବଙ୍ଗୋପସାଗର ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବାକୁ ଥିବାବେଳେ ଝଟକା ପବନର ବେଗ ୬୦କି.ମି. ଛୁଇଁପାରେ।
ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ କେନ୍ଦ୍ରୀୟ, ଦକ୍ଷିଣ ଏବଂ ଉତ୍ତର ବଙ୍ଗୋପସାଗର କିଛି ଅଞ୍ଚଳରେ ଘଣ୍ଟାପ୍ରତି ପବନର ବେଗ ୫୫କି.ମି. ବହିପାରେ। ସମୁଦ୍ରରେ ଥିବା ମତ୍ସ୍ୟଜୀବୀ ୨୧ତାରିଖ ସୁଦ୍ଧା ଉପକୂଳକୁ ଫେରିବା ଆସିବାକୁ କୁହାଯାଇଥିବାବେଳେ ସମୁଦ୍ର ଅଶାନ୍ତ ଥିବାରୁ ୨୨ ତାରିଖରୁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।