Please wait...

Trending Now
  • ଘରୋଇ ପରିବହନ ସଂସ୍ଥା ଓଲା ଓ ଉବେରକୁ ଟକ୍କର ଦେବ ‘ଓଡ଼ିଶା ଯାତ୍ରୀ’ ! ପ୍ରାଥମିକ ପର୍ଯ୍ୟାୟରେ ଭୁବନେଶ୍ୱର, ପୁରୀ ଓ କଟକରେ ସେବା ଯୋଗାଇବ ଏହି ଆପ୍
  • ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ପ୍ରସ୍ତୁତି ପାଇଁ ୱେବପୋର୍ଟାଲ ଉନ୍ମୋଚିତ, ଜନତାଙ୍କ ପରାମର୍ଶ ଲୋଡିଲେ ମୋହନ ସରକାର
  • ଯାତ୍ରାରେ ଦିନକୁ ଦିନ ବଢିବାରେ ଲାଗିଛି ଅଶ୍ଳୀଳ ନୃତ୍ୟ ! ଶୀଘ୍ର ନିଷ୍ପତ୍ତି ନେବାକୁ ଯାତ୍ରା ମାଲିକଙ୍କୁ ଅନୁରୋଧ କଲେ ଆଇନ ମନ୍ତ୍ରୀ
  • ନଭେମ୍ବର ୨୬ଠାରୁ ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ
  • ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା ! ଖୁବ୍‌ ଶୀଘ୍ର ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
Friday, Nov 1, 2024
Published on: Thursday, October 31, 2024
Odisha

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା ! ଖୁବ୍‌ ଶୀଘ୍ର ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା


ଓଏନଏଲ୍(ବ୍ୟୁୁରୋ) - ତୃତୀୟ ପର୍ଯ୍ୟାୟରେ ବାଦ୍‌ ପଡ଼ିଥିବା ସବୁ ଅଙ୍ଗନବାଡ଼ି କର୍ମୀଙ୍କୁ  ମିଳିବ ସୁଭଦ୍ରା ଟଙ୍କା। କୌଣସି ଯୋଗ୍ୟ ହିତାଧିକାରୀ ବାଦ୍‌ ପଡ଼ିବେନି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି।
ଏଥିସହ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଖୁବ୍‌ ଶୀଘ୍ର ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନର ମଧ୍ୟ ରି-ଚେକ୍‌ ହେବ। ଦରକାର ପଡ଼ିଲେ ବାରମ୍ବାର ଚେକ ହେବ। କେହି ଏହି ଯୋଜନାରୁ ବଞ୍ଚିତ ହେବେ ନାହିଁ। ଏଥିପାଇଁ ୧ ତାରିଖରେ ନୋଡାଲ ଏଜେନ୍ସି ନିଯୁକ୍ତ ହେବେ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତି ପରିଡ଼ା କହିଛନ୍ତି।

ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଯୋଜନାର ଶୁଭାରମ୍ଭ କରିଥିଲେ ଓ ପ୍ରଥମ ପର୍ଯ୍ୟାୟରେ ୨୫ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ସେହିପରି ଅକ୍ଟୋବର ୯ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ସୁଭଦ୍ରା ଟଙ୍କା ଯାଇଥିଲା। ତେବେ ଏପର୍ଯ୍ୟନ୍ତ ୧କୋଟିରୁ ଅଧିକ ମହିଳା ସୁଭଦ୍ରା ଯୋଜନାରେ ସାମିଲ ହେବାକୁ ଆବେଦନ କରିଥିବାରୁ ଆହୁରି ପ୍ରାୟ ୪୦ଲକ୍ଷ ଆବେଦନକାରୀ  ଯୋଜନାର ଅନୁଦାନ ଅପେକ୍ଷାରେ ରହିଛନ୍ତି।

Recent News
Copyright © 2024 ODISHANEWSLIVE.COM. All rights reserved.