Please wait...

Trending Now
  • ଘରୋଇ ପରିବହନ ସଂସ୍ଥା ଓଲା ଓ ଉବେରକୁ ଟକ୍କର ଦେବ ‘ଓଡ଼ିଶା ଯାତ୍ରୀ’ ! ପ୍ରାଥମିକ ପର୍ଯ୍ୟାୟରେ ଭୁବନେଶ୍ୱର, ପୁରୀ ଓ କଟକରେ ସେବା ଯୋଗାଇବ ଏହି ଆପ୍
  • ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ପ୍ରସ୍ତୁତି ପାଇଁ ୱେବପୋର୍ଟାଲ ଉନ୍ମୋଚିତ, ଜନତାଙ୍କ ପରାମର୍ଶ ଲୋଡିଲେ ମୋହନ ସରକାର
  • ଯାତ୍ରାରେ ଦିନକୁ ଦିନ ବଢିବାରେ ଲାଗିଛି ଅଶ୍ଳୀଳ ନୃତ୍ୟ ! ଶୀଘ୍ର ନିଷ୍ପତ୍ତି ନେବାକୁ ଯାତ୍ରା ମାଲିକଙ୍କୁ ଅନୁରୋଧ କଲେ ଆଇନ ମନ୍ତ୍ରୀ
  • ନଭେମ୍ବର ୨୬ଠାରୁ ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ
  • ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା ! ଖୁବ୍‌ ଶୀଘ୍ର ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
Friday, Nov 1, 2024
Published on: Thursday, October 31, 2024
Odisha

‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ପ୍ରସ୍ତୁତି ପାଇଁ ୱେବପୋର୍ଟାଲ ଉନ୍ମୋଚିତ, ଜନତାଙ୍କ ପରାମର୍ଶ ଲୋଡିଲେ ମୋହନ ସରକାର


ଓଏନଏଲ୍(ବ୍ୟୁୁରୋ) - ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ୱେବପୋର୍ଟାଲକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଉନ୍ମୋଚନ କରିବା ସହ କହିଛନ୍ତି ଯେ, ଆସନ୍ତା ୨୦୩୬ ମସିହା ସୁଦ୍ଧା ‘ସମୃଦ୍ଧ ଓଡ଼ିଶା’ ଗଠନ ହେବ। ଆଉ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନରେ ଓଡ଼ିଶାର ଅବଦାନ ମହତ୍ୱପୂର୍ଣ୍ଣ ରହିବ । ଓଡ଼ିଶା ପ୍ରଦେଶ ଗଠନର ୧୦୦ବର୍ଷ ପୂର୍ତ୍ତି ଅର୍ଥାତ୍ ୨୦୩୬ ମସିହା ବେଳକୁ ଓଡ଼ିଶା କିଭଳି ସମୃଦ୍ଧ ରାଜ୍ୟରେ ପରିଣତ ହେବ ସେନେଇ ରାଜ୍ୟର ମୋହନ ମାଝୀ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଭିଜନ ଡକ୍ୟୁମେଂଟ ପ୍ରସ୍ତୁତି ନିମନ୍ତେ ସାଧାରଣ ଲୋକଙ୍କଠୁ ମତାମତ ଓ ପରାମର୍ଶ ଲୋଡ଼ିଛନ୍ତି ରାଜ୍ୟ ସରକାର ।

ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କଠୁ ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନ ପାଇଁ ଆବଶ୍ୟକ ସୁଚିନ୍ତିତ ମତାମତ ହ୍ୱାଟସଅପ୍ ନମ୍ବର ଓ ଇମେଲ୍ ମାଧ୍ୟମରେ ପଠାଇବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ଆହ୍ୱାନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିକଶିତ ଓଡିଶା ଗଠନ ପାଇଁ ଆମେ ଯେଉଁ ଭିଜନ୍ ଡକୁମେଣ୍ଟ ପ୍ରସ୍ତୁତ କରିବାକୁ ଯାଉଛୁ, ତାହା ଲୋକଙ୍କ ମତାମତ ଆଧାରରେ ହିଁ ପ୍ରସ୍ତୁତ ହେବ। ଏହା କେବଳ ଏକ ସରକାରୀ ଦସ୍ତାବିଜ ହେବ ନାହିଁ, ବରଂ ଓଡିଶାର ଜନସାଧାରଣଙ୍କ ଦ୍ୱାରା, ଜନସାଧାରଣଙ୍କ ପାଇଁ ପ୍ରସ୍ତୁତ ଏପରି ଏକ ଦସ୍ତାବିଜ ହେବ ଯାହା ଜନସାଧାରଣଙ୍କ ଆକାଂକ୍ଷାର ପ୍ରକୃତ ପ୍ରତିଫଳନ ହେବ।  ଏହି ଭିଜନ ଡକୁମେଣ୍ଟ ପ୍ରସ୍ତୁତି ପାଇଁ ସମାଜର  ବିଶିଷ୍ଟ ନାଗରିକ, ବିଭିନ୍ନ ନାଗରିକ ସଂଗଠନ, ବୁଦ୍ଧିଜୀବୀ, ଶିକ୍ଷାବିତ୍, ନୀତି  ନିର୍ଦ୍ଧାରକ, ପ୍ରବାସୀ ଓଡ଼ିଆ,  ଶିଳ୍ପ କ୍ଷେତ୍ରରେ ପ୍ରତିଷ୍ଠିତ  ନେତୃବୃନ୍ଦଙ୍କ  ସମେତ ସାଧାରଣ ଜନତା ମତାମତ ଦେଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥିପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ  ପରିଚାଳନା କମିଟି ଏବଂ ୬ଟି  ସଚିବସ୍ତରୀୟ କମିଟି ଗଠନ କରାଯାଇଛି।

Recent News
Copyright © 2024 ODISHANEWSLIVE.COM. All rights reserved.