Please wait...

Trending Now
  • ଘରୋଇ ପରିବହନ ସଂସ୍ଥା ଓଲା ଓ ଉବେରକୁ ଟକ୍କର ଦେବ ‘ଓଡ଼ିଶା ଯାତ୍ରୀ’ ! ପ୍ରାଥମିକ ପର୍ଯ୍ୟାୟରେ ଭୁବନେଶ୍ୱର, ପୁରୀ ଓ କଟକରେ ସେବା ଯୋଗାଇବ ଏହି ଆପ୍
  • ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ପ୍ରସ୍ତୁତି ପାଇଁ ୱେବପୋର୍ଟାଲ ଉନ୍ମୋଚିତ, ଜନତାଙ୍କ ପରାମର୍ଶ ଲୋଡିଲେ ମୋହନ ସରକାର
  • ଯାତ୍ରାରେ ଦିନକୁ ଦିନ ବଢିବାରେ ଲାଗିଛି ଅଶ୍ଳୀଳ ନୃତ୍ୟ ! ଶୀଘ୍ର ନିଷ୍ପତ୍ତି ନେବାକୁ ଯାତ୍ରା ମାଲିକଙ୍କୁ ଅନୁରୋଧ କଲେ ଆଇନ ମନ୍ତ୍ରୀ
  • ନଭେମ୍ବର ୨୬ଠାରୁ ବିଧାନସଭାର ଆଗାମୀ ଶୀତକାଳୀନ ଅଧିବେଶନ
  • ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା ! ଖୁବ୍‌ ଶୀଘ୍ର ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
Friday, Nov 1, 2024
Published on: Thursday, October 31, 2024
Odisha

ଘରୋଇ ପରିବହନ ସଂସ୍ଥା ଓଲା ଓ ଉବେରକୁ ଟକ୍କର ଦେବ ‘ଓଡ଼ିଶା ଯାତ୍ରୀ’ ! ପ୍ରାଥମିକ ପର୍ଯ୍ୟାୟରେ ଭୁବନେଶ୍ୱର, ପୁରୀ ଓ କଟକରେ ସେବା ଯୋଗାଇବ ଏହି ଆପ୍


ଓଏନଏଲ୍(ବ୍ୟୁୁରୋ) -  ଏଣିକି ଓଲା ଓ ଉବେରକୁ ଟକ୍କର ଦେବ ‘ଓଡ଼ିଶା ଯାତ୍ରୀ’ । ଏହି ଆପ୍ ଜରିଆରେ ସାଧାରଣ ଲୋକେ ବୁକ୍ କରି ଅଟୋ ଓ କାର୍ ରେ ଯାତ୍ରା କରିପାରିବେ । ସୂଚନାଯୋଗ୍ୟ, ବୁଧବାର ରାଜ୍ୟ ସରକାରଙ୍କ ‘ଓଡ଼ିଶା ଯାତ୍ରୀ’ ଆପ୍ ଲୋଗୋ ଉନ୍ମୋଚିତ ହୋଇଯାଇଛି । ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ନୂତନ ଲୋଗୋକୁ ଉନ୍ମୋଚନ କରିଛନ୍ତି । ପ୍ରାଥମିକ ପର୍ଯ୍ୟାୟରେ ଭୁବନେଶ୍ୱର, ପୁରୀ ଓ କଟକରେ ଏହି ଆପ କାମ କରିବ ଓ ପରେ ରାଜ୍ୟର ଅନ୍ୟ ସହରରେ ଆପ ସହ ଅଟୋ ଏବଂ ଟ୍ୟାକ୍ସି ମାଲିକଙ୍କୁ ଯୋଡ଼ାଯିବ । ଏ ପର୍ଯ୍ୟନ୍ତ ୧୦ ହଜାର ରୁ ଅଧିକ ଅଟୋ ଓ ଟ୍ୟାକ୍ସି ଏହି ଓଡିଶା ଯାତ୍ରୀ ଆପ ସହ ଯୋଡି ହୋଇଥିବା ନେଇ ନଗର ଉନ୍ନୟନ ସଚିବ ଉଷା ପାଢ଼ୀ ସୂଚନା ଦେଇଛନ୍ତି ।

Recent News
Copyright © 2024 ODISHANEWSLIVE.COM. All rights reserved.