Please wait...

Trending Now
  • ୧୮ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସୋସିଆଲ ମିଡିଆ ଆକାଉଣ୍ଟ କଟକଣା ! ଲୋଡ଼ା ପଡ଼ିବ ଅଭିଭାବକଙ୍କ ଅନୁମତି !
  • ଶ୍ରୀମନ୍ଦିର ବାହାରେ ବିକ୍ରି ହେଉଥିବା ଖଜା; 'ମହାପ୍ରସାଦ' ନୁହେଁ : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
  • ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକା ଥରେ ମିଳିବ ‘ସୁଭଦ୍ରା’ର ଦୁଇଟି କିସ୍ତି ପ୍ରଭାତୀ ପରିଡ଼ା
  • ଚୂଡାନ୍ତ ପର୍ଯ୍ୟାୟରେ ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ, ନିବେଶକଙ୍କ ପାଖରେ ଓଡିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
  • ଏଣିକି ‘ବ୍ୟକ୍ତିଗତ ଋଣ’ ନେବା ପୂର୍ବାପେକ୍ଷା ହେବ କଷ୍ଟକର ! ଜାଣନ୍ତୁ କାହିଙ୍କି
Monday, Jan 6, 2025
Published on: Thursday, January 02, 2025
National/International

ବଢିଲା 'ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା' ସହାୟତା ରାଶି


ଓଏନଏଲ୍(ବ୍ୟୁୁରୋ) - ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୦୨୫ର ପ୍ରଥମ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ବଢିଲା 'ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା' ସହାୟତା ରାଶି। ଚାଷୀଙ୍କ ବୀମା ରାଶି ୬୯ ହଜାର ୫୧୫ କୋଟି ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି ବୋଲି ପ୍ରେସମିଟରେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

ବର୍ଷର ପ୍ରଥମ କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର ଚାଷୀଙ୍କ ସହ ଜଡ଼ିତ ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି। ସାରା ଦେଶରେ ଚାଷ ଓ ଚାଷୀଙ୍କୁ ପ୍ରୋତ୍ସାହିତ ପାଇଁ ସହାୟତା ପ୍ରଦାନ କରିବାକୁ ବ୍ୟବସ୍ଥା ହୋଇଥିବା କହିଛନ୍ତି କେନ୍ଦ୍ରମନ୍ତ୍ରୀ। ଫସଲ ବୀମା ଯୋଜନାର ପରିସରକୁ ବ୍ୟାପକ କରିଛନ୍ତି ସରକାର। ଏଥିରେ ଆଉ ୪ କୋଟି କୃଷକଙ୍କୁ ଅନ୍ତର୍ଭୁକ୍ତ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହା ଫଳରେ ଫସଲ ନଷ୍ଟ ସମୟରେ ଆହୁରି ଅଧିକ କୃଷକଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇପାରିବ।ସେହିଭଳି ଡିଏପି ସାର ଉପରେ ୩,୮୫୦ କୋଟି ଟଙ୍କା ଅତିରିକ୍ତ ସବସିଡି ପ୍ରଦାନ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିରେ କୃଷକମାନଙ୍କୁ ପୂର୍ବଭଳି ୧,୩୫୦ ଟଙ୍କାରେ ୫୦ କିଲୋଗ୍ରାମର ଡିଏପି ସାର ବସ୍ତା ମିଳିବ। ଆନ୍ତର୍ଜାତୀୟ ବଜାରରେ ଡିଏପି ସାର ମୂଲ୍ୟ ବୃଦ୍ଧି ସତ୍ତ୍ୱେ ଦେଶର କୃଷକଙ୍କୁ ଶସ୍ତାରେ ସାର ଯୋଗାଇବା ପାଇଁ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଅନ୍ୟପଟେ ଡିଏପି ସାର ଉତ୍ପାଦନ କରୁଥିବା କମ୍ପାନିଗୁଡିକ ପାଇଁ କେନ୍ଦ୍ର ସରକାର ଏକ ସ୍ୱତନ୍ତ୍ର ପ୍ୟାକେଜ ଅନୁମୋଦନ କରିଛନ୍ତି। ସବସିଡି ବ୍ୟତୀତ ସରକାର କମ୍ପାନିଗୁଡ଼ିକୁ ଆର୍ଥିକ ସହାୟତା ମଧ୍ୟ ପ୍ରଦାନ କରିବେ।

Recent News
Copyright © 2025 ODISHANEWSLIVE.COM. All rights reserved.