ଓଏନଏଲ୍(ବ୍ୟୁୁରୋ) - ୧୮ ବର୍ଷରୁ କମ୍ ବୟସର ପିଲାଙ୍କୁ ସୋସିଆଲ ମିଡିଆ ଆକାଉଣ୍ଟ ଖୋଲିବା କ୍ଷେତ୍ରରେ ଆବଶ୍ୟକ ପଡ଼ିପାରେ ବାପା-ମା’ ବା ଅଭିଭାବକଙ୍କ ଅନୁମତି। ଏ ନେଇ କେନ୍ଦ୍ର ସରକାର ଆଣିବାକୁ ଯାଉଛନ୍ତି ଡିଜିଟାଲ ପର୍ସୋନାଲ ଡାଟା ପ୍ରୋଟେକ୍ସନ ଆକ୍ଟ ୨୦୨୫। ଏ ସମ୍ପର୍କରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ଇନଫର୍ମେଶନ ଟେକନୋଲଜି ମନ୍ତ୍ରାଳୟ ପକ୍ଷରୁ ଡ୍ରାଫ୍ଟ ରୁଲ୍ ବିଜ୍ଞପ୍ତି ପ୍ରକାଶ ପାଇଛି।
ଏଥିରେ ବିଭିନ୍ନ ଅଂଶୀଦାରମାନଙ୍କୁ ସେମାନଙ୍କ ମତାମତ ଆହ୍ବାନ କରାଯାଇଛି। ବିଭାଗୀୟ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ତାଙ୍କ ଏକ୍ସ ଆକାଉଣ୍ଟରେ ଏ ନେଇ ସୂଚନା ଦେଇଛନ୍ତି। ଡ୍ରାଫ୍ଟ ଡିପିଡିପି ନିୟମାବଳୀ ସମସ୍ତଙ୍କ ଆଲୋଚନା ପାଇଁ ଖୋଲା ରହିଛି ଏବଂ ସମସ୍ତଙ୍କ ମତ ଆହ୍ବାନ କରାଯାଇଥିବା କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି।ଜନସାଧାରଣ ଏଥିପାଇଁ ଜାନୁଆରୀ ୩ରୁ ଫେବ୍ରୁଆରୀ ୧୮ ତାରିଖ ମଧ୍ୟରେ mygov.in ୱେବସାଇଟ୍ ଜରିଆରେ ନିଜର ମତାମତ ଓ ଅଭିଯୋଗ ରଖିପାରିବେ। ଫେବ୍ରୁଆରୀ ୧୮ ତାରିଖ ପରେ ହିଁ ଏହି ନୂଆ ନିୟମାବଳୀ ସମ୍ପର୍କରେ ନିଷ୍ପତ୍ତି ନିଆଯିବ।