Please wait...

Trending Now
  • ଘୋଷଣା ବଦଳାଇଲେ ସ୍ବାସ୍ଥ୍ୟମନ୍ତ୍ରୀ ! ଜାନୁଆରୀ ନୁହେଁ ଫେବୃଆରୀ ମାସରେ ଲାଗୁ ହେବ ଆୟୁଷ୍ମାନ ଭାରତ
  • ବିପୁଳ ସୁନା କିଣୁଛି ରିଜର୍ଭ ବ୍ୟାଙ୍କ ! RBI ଭଣ୍ଡାରରେ ଗଚ୍ଛିତ ଥିବା ସୁନା ପରିମାଣ ୮୭୬ ଟନକୁ ବୃଦ୍ଧି
  • ଆସନ୍ତା ୩ ଦିନ ଯାଏଁ ୫ ଜିଲ୍ଲାରେ କୁହୁଡି ନେଇ ଆଲର୍ଟ ଜାରି
  • ସମସ୍ତ ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ବିଜେପି ସାଂସଦ ପ୍ରଦୀପ ପାଣିଗ୍ରାହୀ, ସାମ୍ବାଦିକ ସମ୍ମିଳନୀ କରି କହିଲେ ପଣା ସଂକ୍ରାନ୍ତିରେ ଖୋଲିବେ ‘ବିଜେଡ଼ି ପାଞ୍ଜି’
  • ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀର ହେଲା ଶୁଭାରମ୍ଭ, ରାଜଧାନୀ ଉତ୍ସବମୁଖର
Wednesday, Jan 8, 2025
Published on: Monday, January 06, 2025
Odisha

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ କମିବ ଶୀତର ମାତ୍ରା, ୮ ଜିଲ୍ଲାରେ କୁହୁଡି ପଡିବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ


ଓଏନଏଲ୍(ବ୍ୟୁୁରୋ) - ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୀତର ମାତ୍ରା କମିବ। ସର୍ବନିମ୍ନ ତାପମାତ୍ରାରେ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ଏହାଦ୍ୱାରା ଶୀତର ପ୍ରକୋପ ହ୍ରାସ ପାଇବ। ଏହି ସମୟ ମଧ୍ୟରେ ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଦା, ଗଜପତି, ଗଞ୍ଜାମ, ଓ ରାୟଗଡ଼ାରେ କେତେକ ସ୍ଥାନରେ କୁହୁଡି ପଡିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଗାମୀ ୪ ଦିନ ମଧ୍ୟରେ ଭୁବନେଶ୍ୱରର ତାପମାତ୍ରା ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି। ଫଳରେ ୧୨ ଡିଗ୍ରୀରୁ ବୃଦ୍ଧି ପାଇ ୧୫ ରୁ ୧୬ ଡିଗ୍ରୀ ଛୁଇଁବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ସେପଟେ ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ୧୦ ଡିଗ୍ରୀ ତଳେ ୯ଟି ସହର ଓ ଜିଲ୍ଲା ରହିଛି। ଘୁମୁସୁର ଉଦୟଗିରି ରବିବାର ରାଜ୍ୟର ଶୀତଳ ସହର ପାଲଟିଥିଲା। ଏଠାରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ରେକର୍ଡ କରାଯାଇଛି। ଏହା ବ୍ୟତୀତ ସିମିଳିଗୁଡାରେ ୫.୯ ଡିଗ୍ରୀ, ଫୁଲବାଣୀରେ ୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ଦାରିଙ୍ଗବାଡିରେ ୮.୫ ଡିଗ୍ରୀ, କୋରାପୁଟରେ ୯.୪ ଡିଗ୍ରୀ, ଭବାନୀପାଟଣାରେ ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା। ସେହିପରି ଭୁବନେଶ୍ୱରରେ ୧୨.୭ ଡିଗ୍ରୀ ରେକର୍ଡ କରାଯାଇଛି।

Recent News
Copyright © 2025 ODISHANEWSLIVE.COM. All rights reserved.