Please wait...

Trending Now
  • GST ଆଇନ ଅଧୀନରେ ଗିରଫଦାରୀ ସମ୍ପର୍କରେ ତଥ୍ୟ ଦାଖଲ ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ମେ ୯ରେ ପରବର୍ତ୍ତୀ ଶୁଣାଣି
  • ସମସ୍ତ ରାଜ୍ୟରେ ଯାଞ୍ଚ କରାଯିବ MDH ଓ ଏଭରେଷ୍ଟ ମସଲା
  • ଓଡ଼ିଶା ଆସିବେ କେନ୍ଦ୍ର ମନ୍ତ୍ରୀ ଏସ୍ ଜୟଶଙ୍କର ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
  • ବିରୋଧୀ ଦଳକୁ ଶାସକ ଦଳର ବିରୋଧୀ ନୁହନ୍ତି ବରଂ ବିକାଶ ବିରୋଧୀ : କାର୍ତ୍ତିକ ପାଣ୍ଡିଆନ
  • ରୀତିନୀତି ବିନା ହିନ୍ଦୁ ବିବାହ ଅବୈଧ, ପଞ୍ଜୀକରଣ ଯଥେଷ୍ଟ ନୁହେଁ : ସୁପ୍ରିମକୋର୍ଟ
Sunday, May 5, 2024
Published on: Tuesday, April 23, 2024
National/International

୧୪ ଦିନିଆ ନ୍ୟାୟିକ ହେପାଜତକୁ ଗଲେ କେଜ୍ରିୱାଲ୍ ଓ କେ. କବିତା, ଆସନ୍ତା ୭ରେ ଉଭୟ କୋର୍ଟରେ ହେବେ ହାଜିର


ନୂଆଦିଲ୍ଲୀ(ବ୍ୟୁରୋ) -  ୧୪ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଓ ବିଆରଏସ ନେତ୍ରୀ କେ କବିତା। ଉଭୟଙ୍କୁ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଛି। ଦିଲ୍ଲୀ ଅବକାରୀ ନୀତି ଘୋଟାଲା ମାମଲାରେ ଗିରଫ ହୋଇ ତିହାର ଜେଲରେ ଅଛନ୍ତି କେଜ୍ରିୱାଲ ଓ କବିତା। ଉଭୟଙ୍କୁ ଆସନ୍ତା ୭ରେ କୋର୍ଟରେ ହାଜର କରାଯିବ।

ସେପଟେ ପ୍ରବର୍ତ୍ତନ ନିର୍ଦ୍ଦେଶାସଳୟର ଗିରଫଦାରୀ ବିରୁଦ୍ଧରେ କେଜ୍ରିୱାଲ କରିଥିବା ଆବେଦନ ସମ୍ପର୍କିତ ମାମଲା ସୁପ୍ରିମକୋର୍ଟରେ ବିଚାରଧୀନ ଅଛି। ଯାହାର ‌ଶୁଣାଣି କରି ଏପ୍ରିଲ ୧୫ରେ ସର୍ବୋଚ୍ଚ ଅଦାଲତ ତୁରନ୍ତ ଜାମିନ ଦେବାକୁ ମନା କରିଦେଇଥିଲେ। ଏଥିସହ ଇଡି କେତେକ ପ୍ରଶ୍ନର ଜବାବ ଦାଖଲ କରିବା ପରେ ଏପ୍ରିଲ ୨୯ରେ ଏ ଉପରେ ସୁପ୍ରିମକୋର୍ଟରେ ପରବର୍ତ୍ତୀ ଶୁଣାଣି ହେବ ।

Recent News
Copyright © 2024 ODISHANEWSLIVE.COM. All rights reserved.